ହବ୍ ଓ ସ୍ପୋକ୍ ଧନ୍ଦାମୂଳକ ତାଲିମ ଛାତ୍ର ଛାତ୍ରୀଙ୍କ ଶିଳ୍ପାୟନ ପରିଦର୍ଶନ

ହିଞ୍ଜିଳିକାଟୁ(ସମୃଦ୍ଧଓଡିଶା)ଚଳିତ ବର୍ଷ ୨୦୨୩ ଓ ୨୪ ରେ ଓ. ସେ. ପା ତତ୍ତ୍ୱାବଧାନରେ ହବ୍ ଓ ଷ୍ପୋକ୍ ପ୍ରକଳ୍ପ ରେ ହିଞ୍ଜିଳିକାଟୁ ସ୍ଥିତ ଏନ୍ ଏ ସି ହାଇସ୍କୁଲ୍ ରେ ଧନ୍ଦାମୂଳକ ଶିକ୍ଷା ଆରମ୍ଭ ହୋଇଛି l ଯାହା ହବ୍ ବିଦ୍ୟାଳୟ:-ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟ ଅଟେ l ଛାତ୍ର ଛାତ୍ରୀ ଙ୍କ ସୁଚନା ବିଦ୍ୟା ର ବିକାଶ ପାଇଁ ଏନ୍ ଏ ସି ଉଛ ବିଦ୍ୟାଳୟ ର ନବମ ଶ୍ରେଣୀ ର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ହିଞ୍ଜିଳିକାଟୁ ମୁଖ୍ୟ ପୋଷ୍ଟ କାର୍ଯ୍ୟାଳୟ ପରିଦର୍ଶନ କରାଯାଇଛି l ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରଜନୀ କାନ୍ତ ସାହୁ ଓ. ସେ. ପା ଙ୍କ ସହଯୋଗ ରେ ଶିଳ୍ପାୟନ ପରିଦର୍ଶନ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ହୋଇଛି l ଏହି ପରିଦର୍ଶନ କାର୍ଯ୍ୟକ୍ରମ ଛାତ୍ର ଛାତ୍ରୀ ଙ୍କ ବାସ୍ତବିକ ଜ୍ଞାନ ବିକାଶରେ ସହାୟକ ହୋଇଛି l ପୁସ୍ତକ ରେ ପଢୁଥିବା ପାଠ ସହିତ ଏହାର ବାସ୍ତବ ଚିତ୍ର ଛାତ୍ର ଛାତ୍ରୀ ଙ୍କୁ ଖୁବ୍ ଉତ୍ସାହିକ କରିବା ସହ ସେମାନଙ୍କ ସୁଚନା ଓ ପ୍ରଯୁକ୍ତି ଜ୍ଞାନର ବିକାଶ କରିଛି l ବିଦ୍ୟାଳୟ ର ଆଇ. ଟି/ଆଇ. ଟି. ଇ. ଏସ ଧନ୍ଦାମୂଳକ ପ୍ରଶିକ୍ଷକ ଶ୍ରୀ ଜ୍ଞାନ ରଞ୍ଜନ ମହାପାତ୍ର ଛାତ୍ର ଛାତ୍ରୀ ଙ୍କୁ ହିଞ୍ଜିଳିକାଟୁ ସ୍ଥିତ ମୁଖ୍ୟ ପୋଷ୍ଟ କାର୍ଯ୍ୟଳୟ ପରିଭ୍ରମଣ ପାଇଁ ନେଇଥିଲେ l ସେଠାରେ କାର୍ଯ୍ୟାଳୟ ର ମୁଖ୍ୟ ପୋଷ୍ଟ ମାଷ୍ଟର ଶ୍ରୀ ସଦାନନ୍ଦ ଶୁଆର ଏବଂ ଅନ୍ୟ କର୍ମଚାରୀ ଛାତ୍ର ଛାତ୍ରୀ ଙ୍କୁ ସୁଚନା ଓ ପ୍ରଯୁକ୍ତି କମ୍ପ୍ୟୁଟର ଓ ଅନ୍ୟାନ୍ୟ ଇଲୋକ୍ଟ୍ରୋନିକ୍ସ ଯନ୍ତ୍ର ସାହାର୍ଯ୍ୟ ରେ ଗ୍ରାହକ ମାନଙ୍କୁ କିପରି ବିଭିନ୍ନ ସେବା ଯୋଗାଇ ଦିଆଯାଏ ତାହା ବିସ୍ତୃତ ଭାବେ ବର୍ଣ୍ଣନା କରିଥିଲେ l ଏହି ପରିଭ୍ରମଣ ରେ ବିଦ୍ୟାଳୟର ଶିକ୍ଷକ ଶ୍ରୀ ଜୟରାମ ମିଶ୍ର ସହଯୋଗ କରିଥିଲେ l

ରିପୋର୍ଟ୍ : ରଜତ ପଟ୍ଟନାୟକ