ହୋଲି ହେଲା କାଳ : ପୋଖରୀରେ ବୁଡ଼ି ୨ ମୃତ

ସାଲେପୁର(ସମୃଦ୍ଧଓଡିଶା)ବିଭିନ୍ନ ସ୍ଥାନରେ ହୋଲିରେ ଅଘଟଣ ଘଟିଛି। ପୋଖରୀରେ ଗାଧୋଇଲା ବେଳେ ବୁଡ଼ିଯାଇ ୨ଜଣଙ୍କର ମୃତ୍ୟୁ ଘଟିଛି। କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ କରମୁଆଁ ଗାଁରେ ପୋଖରୀରେ ବୁଡ଼ି ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଛାଣିପୁରର ଆଶିଷ କୁମାର ଦାସ।ଆଶିଷ ସାଙ୍ଗମାନଙ୍କ ସହ ହୋଲି ଖେଳିସାରି ପୋଖରୀରେ ଗାଧୋଉଥିଲେ। ଏହି ସମୟରେ ତାଙ୍କ ଗୋଡ଼ ଖସିଯାଇଥିଲା। ପରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଆଶିଷଙ୍କୁ ମୃତ ଘୋଷଣା କରିଥିଲେ। ଆଶିଷଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ସେହିପରି ପାରାଦୀପ ଲକ୍‌ ଥାନା କତକୁଲା ଗାଁରେ ପୋଖରୀରେ ବୁଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ମୃତ୍ୟୁ ଘଟିଛି।

ରିପୋର୍ଟ : ରଜତ ମହାପାତ୍ର