୩ ମାସର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କଲେ ପୋଲସରା ବିଧାୟକ…

ପୋଲସରା (ସମୃଦ୍ଧ ଓଡିଶା) କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପ୍ରତିଷେଧକ କାର୍ଯ୍ୟକ୍ରମମାନ ଗ୍ରହଣ କରୁ ଥିବା ବେଳେ ଏହାର ପୂର୍ଣ୍ଣ ମୁକାବିଲା ପାଇଁ ପ୍ରଚୁର ଅର୍ଥର ଆବଶ୍ୟକତା ରହିଛି । ଏଥିପାଇଁ ବିଭିନ୍ନ ସ୍ତରରୁ ରାଜ୍ୟ ସରକାରଙ୍କୁ ଆର୍ଥିକ ସହାୟତା ମିଳୁଥିବା ବେଳେ ପୋଲସରା ନିର୍ବାଚନ ମଣ୍ଡଳୀ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ତାଙ୍କର ତିନି ମାସର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା