୪ ଦିନ ପ୍ରବଳ ବର୍ଷିବ:ସତର୍କ କଲା ପାଣିପାଗ ବିଭାଗ…

ଛତ୍ରପୁର(ସମୃଦ୍ଧ ଓଡିଶା)ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି ସମ୍ପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହୋଇଛି। ଯେଉଁଥିପାଇଁ ରାଜ୍ୟରେ ବର୍ଷା ଲାଗି ରହିଛି। ରାଜ୍ୟ ମୌସୁମୀ ବାୟୁ ଆସିଥିବା ବେଳେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଗୋଟିଏ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ଅର୍ଥାତ ୨୪ ତାରିଖରେ କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାଛଡ଼ା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼ା, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ୱଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।୨୫ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବୌଦ୍ଧ, ସମ୍ୱଲପୁର, ସୋନପୁର, ବରଗଡ଼ ଓ ଝାରୁସୁଗୁଡ଼ାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ନୟାଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ ତାରିଖରେ ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, କଟକ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।୨୭ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରିପୋର୍ଟ : ନିମାଇଁ ଚରଣ ପଣ୍ଡା