୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନ ପାଇଁ ଆଜି ନାମାଙ୍କନର ଶେଷ ଦିନ…

ଭୁବନେଶ୍ୱର(ସମୃଦ୍ଧ ଓଡିଶା ) ଆଜି ହେଉଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାର ଶେଷ ଦିନ । ଦ୍ୱିତୀୟ ପର୍ଯ୍ୟାୟରେ ହେବାକୁ ଥିବା ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନ ପାଇଁ ଆଜି ନାମାଙ୍କନର ଶେଷ ଦିନ । ଏପ୍ରିଲ ୧୮ରେ ଏହି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ । ତେବେ ଦ୍ୱିତୀୟ ପର୍ଯ୍ୟାୟରେ ରହିଛି ବରଗଡ, ବଲାଙ୍ଗୀର, କନ୍ଧମାଳ, ସୁନ୍ଦରଗଡ ଓ ଆସିକା ଲୋକସଭା ଓ ଏହିସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ବିଧାନସଭା ନିର୍ବାଚନ ମଣ୍ଡଳୀ ।ଆଜି ଗୁରୁତ୍ୱପୂର୍ଣ କଥା ହେଲା ବିଜେପିର ବରିଷ୍ଠ ନେତା ତଥା ରାଜ୍ୟ ବିଜେପି ଉପସଭାପତି, ଓଡିଶା ହାଇକୋର୍ଟ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ହିଞ୍ଜିଳି ନିର୍ବାଚନ ମଣ୍ଡଳୀରୁ ନାମାଙ୍କନ ପତ୍ର ଦାଖଲ କରିବେ । ସେ ନବୀନଙ୍କ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱି ହେବା ସୂଚନା ମିଳିଛି ।